Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ପୁରୀ ଐତିହ୍ୟ କରିଡର ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ –ଜମି ଦାନ କରିଥିବା ଲୋକଙ୍କ ନାଁରେ ଲାଗିବ ଫଳକ

$
0
0

ଓଡ଼ିଶାଲାଇଭ୍ ବ୍ୟୁରୋ

  • ଶ୍ରୀ ଜଗନ୍ନାଥ ହେରିଟେଜ୍‌ କରିଡର ଚିଠା ଲୋକାର୍ପିତ
  • ଲୋକସେବା ଭବନରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ଜନସାଧାରଣଙ୍କଠାରୁ ମତାମତ ଆହ୍ୱାନ କଲେ ସରକାର
  • ଐତିହ୍ୟ କରିଡର ପାଇଁ ଆସିଥିବା ଜମି ମହାପ୍ରଭୁଙ୍କ ନାଁରେ ରେକର୍ଡ ହେବ
  • ଯାତ୍ରୀମାନଙ୍କ ପାଦ ଓ ହାତ ଧୋଇବା ନିମନ୍ତେ ହେବ ଅତ୍ୟାଧୁନିକ ବ୍ୟବସ୍ଥା

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଜଗନ୍ନାଥ ହେରିଟେଜ୍‌ କରିଡର ଚିଠାକୁ ଲୋକାର୍ପିତ କରିଛନ୍ତି। ଏହି ଚିଠା ସମ୍ପର୍କରେ ଜନସାଧାରଣ ସେମାନଙ୍କ ମୂଲ୍ୟବାନ ମତାମତ ଇ-ମେଲ୍‌ ଜରିଆରେ ୨୦୨୦ ଜାନୁଆରି ୧୫ ସୁଦ୍ଧା ଶ୍ରୀମନ୍ଦିର ପ୍ରଶାସନ ନିକଟକୁ ପଠାଇବା ପାଇଁ ପରାମର୍ଶ ଦେଇଛନ୍ତି।

ସାଧାରଣ ଲୋକେ jagannath.or@nic.in କୁ ମତାମତ ପଠାଇ ପାରିବେ।

ଜନସାଧାରଣଙ୍କ ପ୍ରସ୍ତାବକୁ ତର୍ଜମା କରାଯାଇ ଫେବ୍ରୁଆରି ମାସରେ ଚୂଡ଼ାନ୍ତ ତାଲିକା ପ୍ରକାଶିତ ହେବ।

ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ମଠ ଓ ବ୍ୟକ୍ତିମାନେ ଜମି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମହାପ୍ରଭୁଙ୍କ କାର୍ଯ୍ୟ ପାଇଁ ଜମି ଦାନ କରିଥିବା ବ୍ୟକ୍ତିବିଶେଷଙ୍କର ନାମ ଏହି ଐତିହ୍ୟ କରିଡରରେ ଏକ ଫଳକରେ ସବୁଦିନ ପାଇଁ ସ୍ଥାନିତ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଐତିହ୍ୟ କରିଡର ପାଇଁ ଅଧିଗୃହୀତ ସମସ୍ତ ଜମି ମହାପ୍ରଭୁ ଜଗନ୍ନାଥଙ୍କ ନାମରେ ରେକର୍ଡ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଲୋକାର୍ପିତ ହୋଇଥିବା ଚିଠା ନୀତି କେବଳ କରିଡରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ସୁବିଧା ସୁଯୋଗର ବିକାଶ ମଧ୍ୟରେ ସୀମିତ ରହିଛି। ଶ୍ରୀମନ୍ଦିରର ସୁରକ୍ଷା ନିମନ୍ତେ ଯୋଜନା ପ୍ରସ୍ତୁତି ଦାୟିତ୍ୱ ଏ ସଂକ୍ରାନ୍ତରେ ଖ୍ୟାତି ଅର୍ଜନ କରିଥିବା ବୃତ୍ତିଧାରୀମାନଙ୍କୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ହୋଇଛି।

ପୁରୀକୁ ବର୍ଷ ସାରା ଲକ୍ଷ ଲକ୍ଷ ପର୍ଯ୍ୟଟକ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବା ସହିତ ସେମାନେ ଯେପରି ଭଲ ଅନୁଭୂତି ନେଇ ଫେରିବେ ସେନେଇ ଗୁରୁତ୍ୱ ଦିଆଯାଇଛି।

ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡ଼ି ବ୍ୟବସ୍ଥା କରାଯିବା ସହିତ ମଝିରେ ମଝିରେ ବିଶ୍ରାମ ନେବାର ବ୍ୟବସ୍ଥା ମଧ୍ୟ କରାଯିବ। ଯାତ୍ରୀମାନଙ୍କ ପାଦ ଓ ହାତ ଧୋଇବା ନିମନ୍ତେ ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହ ପିଇବା ପାଣି ଓ ଶୌଚାଳୟର ବ୍ୟବସ୍ଥା କରାଯିବ।

ଶ୍ରୀମନ୍ଦିର ଚତୁପାର୍ଶ୍ୱରେ ପିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ। ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ବେଶ, ଦଶାବତାର ଓ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରିବା ପାଇଁ ବ୍ୟବସ୍ଥା କରାଯିବ।

ମୁକ୍ତାକାଶ ମଞ୍ଚରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଦର୍ଶନର ଆୟୋଜନ ମଧ୍ୟ କରାଯିବ।

The post ପୁରୀ ଐତିହ୍ୟ କରିଡର ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ – ଜମି ଦାନ କରିଥିବା ଲୋକଙ୍କ ନାଁରେ ଲାଗିବ ଫଳକ appeared first on OdishaLIVE.


Viewing all articles
Browse latest Browse all 11715

Trending Articles