ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ତ୍ତମାନ ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ଶୀତର ପ୍ରଭାବ କମୁନଥିବା ବେଳେ ଏବେ ରାଜ୍ୟରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲିଠୁ ରାଜ୍ୟର ୮ଟି ଜିଲ୍ଲାରେ ବର୍ଷ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଉତ୍ତର ଓଡ଼ିଶା ଏବଂ ଏହାର ପାଖାପାଖି ଅଞ୍ଚଳରେ ଘୃର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକଲିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ପ୍ରବଳ ହେବାର ସମ୍ଭାବନା ରହିଛି।
ଗୁରୁବାର ୮ଟି ଜିଲ୍ଲା ପ୍ରବଳ ବର୍ଷାଲାଗି ପାଣିପାଗ ସତର୍କ ଜାରି କରିଛି। ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଶୁକ୍ରବାର ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ପାଇଁ ଏହି ୬ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ କେନ୍ଦ୍ର।
ଦୁଇ ଦିନିଆ ବର୍ଷା ପରେ ରାଜ୍ୟରେ ଶୀତର ଲେଉଟାଣି ହେବ। ବର୍ଷା ପରେ ଥଣ୍ଡାର ପ୍ରକୋପ ବଢ଼ିପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/IRipWbC83HpD1JetdjgdJX
The post ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା – ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ appeared first on OdishaLIVE.