ଓଡ଼ିଶାଲାଇଭ୍ ବ୍ୟୁରୋ
ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟର ମାଧ୍ୟମରେ ଶୋକପ୍ରକାଶ କରିଛନ୍ତି। ଆଜି ଏସ୍ସିବିରେ ଚିକିତ୍ସାଧିନ ଅବସ୍ଥାରେ କବି ରବି ସିଂଙ୍କ ପରଲୋକ ଘଟିଥିଲା।
ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, “ବିପ୍ଳବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କ୍ରାନ୍ତିକାରୀ ରଚନା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।”
ରବି ସିଂ ୧୯୬୧ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ୨୦୧୭ରେ ମଧ୍ୟ ତାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ କରାଯାଇଥିଲା।
The post ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on OdishaLIVE.