Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

କରୋନା ପ୍ୟାକେଜ – ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ୧ ହଜାର ଲେଖାଏଁ ସହାୟତା

$
0
0

ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

କରୋନା ପାଇଁ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏଥିରେ ବୃଦ୍ଧବୃଦ୍ଧା, ୬୦ ବର୍ଷରୁ ଅଧିକ ବୟସ୍କ ବିଧବା ଓ ଭିନ୍ନକ୍ଷମମାନଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି। ସେମାନଙ୍କୁ ୧ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

ସେମାନଙ୍କୁ ଅତିରିକ୍ତ ୧ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ନିୟମିତ ଭତ୍ତା ସହ ଏହି ୧ ହଜାର ଟଙ୍କା ପ୍ରଦାନ କରାଯିବ। ଏହି ଟଙ୍କା ଦୁଇଟି କିସ୍ତିରେ ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ।

କରୋନା ମୁକାବିଲା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ଚାଷୀ, ନିର୍ମାଣ ଶ୍ରମିକ, ମହିଳା, ସ୍ଵୟଂସହାୟକ ଗୋଷ୍ଠୀ, ଇପିଏଫ୍‌ଧାରୀ ଏବଂ ଗରିବଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି।

The post କରୋନା ପ୍ୟାକେଜ – ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ୧ ହଜାର ଲେଖାଏଁ ସହାୟତା appeared first on OdishaLIVE.


Viewing all articles
Browse latest Browse all 11715

Latest Images

Trending Articles



Latest Images