ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ସହରର ଜଣେ ୪୯ ବର୍ଷିୟ ବ୍ୟକ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣକ କୋଲକାତା ଫେରନ୍ତା, ସେ କ୍ଵାରେଣ୍ଟାଇନ୍ରେ ଥିଲେ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ।
ରାଉରକେଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏବେ ସୁନ୍ଦରଗଡ଼ରେ ଆକ୍ରାନ୍ତ ସଂଖ୍ୟା ୧୨ରେ ପହଞ୍ଚିଛି। ଯାଜପୁର ଜିଲ୍ଲାରେ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ଆଜି ଗୋଟିଏ ଦିନରେ ରାଜ୍ୟରେ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ, କଟକ, ରାଉରକେଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ଵରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୧୭୪ରେ ପହଞ୍ଚିଥିଲା ବେଳେ ୬୦ ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଏଯାଏଁ ୧୧୩ ଆକ୍ରାନ୍ତ ସକ୍ରିୟ ରହିଛନ୍ତି।
The post ରାଉରକେଲାରେ ଆଉ ଜଣେ କରୋନା ପଜିଟିଭ୍, ୧୭୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା appeared first on OdishaLIVE.