Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ରାଜ୍ୟରେ ପୁଣି ୪୮ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

$
0
0

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟ ପୁଣି ବୃଦ୍ଧି ପାଇଲା କରୋନା ପଜିଟିଭଙ୍କ ସଂଖ୍ୟା। ସୋମବାର ରାଜ୍ୟରେ ପୁଣି ୪୮ ଜଣ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହି ୪୮ ଜଣ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ପଜିଟିଭ୍ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଓ ଅନ୍ୟ ଝଣେ ଜେଲ୍ ମଧ୍ୟରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।

ପ୍ରଥମ ଥର ପାଇଁ କନ୍ଧମାଳ ଜିଲ୍ଲାରେ ପଜିଟିଭ୍ ଚିହ୍ନଟ ହୋଇଛି। ଏଠାରେ ଦୁଇଜଣ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।

ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୨୦ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି ୬୫୨ ଜଣ ସକ୍ରିୟ ଅଛନ୍ତି। ରାଜ୍ୟରେ ଏବେ ସୁଦ୍ଧା କରୋନାରେ ୪ ଜଣ ପ୍ରାଣ ହରାଇଥିବା ସ୍ୱାସ୍ଥ୍ୟ ବିଭାଗର ସୂଚନା ରହିଛି।

The post ରାଜ୍ୟରେ ପୁଣି ୪୮ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି appeared first on OdishaLIVE.


Viewing all articles
Browse latest Browse all 11715

Trending Articles