Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ମହାବାତ୍ୟା ଅମ୍ପନ ପ୍ରଭାବରେ ଓଡ଼ିଶାର କେଉଁଠି କେବେ ହେବ ବର୍ଷା?

$
0
0

ଓଡ଼ିଶାଲାଇଭ୍‌ ବ୍ୟୁରୋ

ସମୁଦ୍ର ଭିତରେ ମହାବାତ୍ୟାର ରୂପ ନେଇଥିବା ଅମ୍ପନ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ରାତିରୁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

ମେ’ ୧୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବର୍ଷା ହେବ।

୧୯ ତାରିଖରେ ବର୍ଷାର ପରିମାଣ ବଢ଼ିବ। କିଛି ସ୍ଥାନରେ ପ୍ରବଳ ଏବଂ ଆଉ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ।

୨୦ ତାରିଖରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା ଏବଂ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବାତ୍ୟା ପ୍ରଭାବରେ କଚ୍ଚା ଘର, ଗଛ, ଭାଙ୍ଗିଯିବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ଆରମ୍ଭ ହୋଇଛି। ବାତ୍ୟା ମୁକାବିଲା ପାଇଁ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସ୍ଥିତି ସମୀକ୍ଷା କରାଯାଇଛି। ରାଜ୍ୟରେ ୭ ହଜାର ୬ ଶହ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରହିଥିବା ସରକାର କହିଛନ୍ତି।

ବାତ୍ୟା ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲାର ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

The post ମହାବାତ୍ୟା ଅମ୍ପନ ପ୍ରଭାବରେ ଓଡ଼ିଶାର କେଉଁଠି କେବେ ହେବ ବର୍ଷା? appeared first on OdishaLIVE.


Viewing all articles
Browse latest Browse all 11715

Trending Articles