ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ। ଏହାସହ ବର୍ତ୍ତମାନ ରାଜ୍ୟରେ ୧,୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ସୁସ୍ଥ ହୋଇଥିବା ୮୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀରୁ ୧୭, କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ ଜଣ ଲେଖାଏଁ, ନୟାଗଡ଼, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, କଟକରୁ ୭, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଜଗତସିଂହପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଆଜି ସକାଳେ ରାଜ୍ୟରେ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧୦ କ୍ଵାରେଣ୍ଟିନ ସେଣ୍ଟରରେ ଥିବା ବେଳେ ୩୧ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡ଼ିଛି।
ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୪୫କୁ ବୃଦ୍ଧି ପାଇଛି। ସେହିପରି ୧,୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୧୧ ଜଣ ସକ୍ରିୟ ଅଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ କରୋନା ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି।
The post ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ ଆକ୍ରାନ୍ତ appeared first on OdishaLIVE.