Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ବଙ୍ଗୋପସାଗରରେ ଲଘୁଚାପ –ଆସନ୍ତାକାଲିଠୁ ୧୩ ଯାଏଁ ବର୍ଷା

$
0
0

ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେଉଛି। ଏହାର ପ୍ରଭାବରେ ଆସନ୍ତକାଲିଠୁ ୧୩ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ କହିଛି।

ଜୁନ ୧୦ ତାରିଖରେ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ୍‌ ୧୧ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାରୁ ୮ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ଗଜପତି, ପୁରୀ, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଜୁନ୍ ୧୨ ତାରିଖରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମରେ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ୍ ୧୩ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ଆସନ୍ତା ୧୧ ଓ ୧୨ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ୧୭ ତାରିଖ ସୁଦ୍ଧା ସାରା ଓଡ଼ିଶାକୁ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

The post ବଙ୍ଗୋପସାଗରରେ ଲଘୁଚାପ – ଆସନ୍ତାକାଲିଠୁ ୧୩ ଯାଏଁ ବର୍ଷା appeared first on OdishaLIVE.


Viewing all articles
Browse latest Browse all 11715

Latest Images

Trending Articles



Latest Images