Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ରାଜ୍ୟର ଆଉ ୨୨୯ ଆକ୍ରାନ୍ତ ସୁସ୍ଥ

$
0
0

ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନାରୁ ସସ୍ଥ ହେଲେ ଆଉ ୨୨୯ ଆକ୍ରାନ୍ତ। ଏଥିସହ ରାଜ୍ୟର ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୫୯୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୯୧ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୯, ଗଜପତିରୁ ୨୬, ଝାରସୁଗୁଡ଼ାରୁ ୧୫, ବଲାଙ୍ଗିରରୁ ୧୨ , ଜଗତସିଂହପୁରରୁ ୧୧ , ମୟୂରଭଞ୍ଜରୁ ୧୧, ଯାଜପୁରରୁ ୮, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କଟକ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଭଦ୍ରକ ଓ ନୟାଗଡ଼ରୁ 3 ଜଣ ଲେଖାଏଁ ଏବଂ ବରଗଡ଼ରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟ ସମୁଦାୟ ୫୯୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇସାରିଲେଣି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

The post ରାଜ୍ୟର ଆଉ ୨୨୯ ଆକ୍ରାନ୍ତ ସୁସ୍ଥ appeared first on OdishaLIVE.


Viewing all articles
Browse latest Browse all 11715

Trending Articles