Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏସ୍. ମୁରଲୀଧର

$
0
0

ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୋମବାର ଶପଥ ନେଇଛନ୍ତି ଜଷ୍ଟିସ୍ ଏସ୍. ମୁରଲୀଧର। ରାଜଭବନରେ ଅନୁଷ୍ଠିତ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଜଷ୍ଟିସ୍ ମୁରଲୀଧର ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଅନ୍ୟପଟେ ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି।

ଏହି ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି ଅଭୟ, ଗୃହ ସଚିବ ଏବଂ ହାଇକୋର୍ଟର ଅନ୍ୟାନ୍ୟ ବିଚାରପତିମାନେ ଉପସ୍ଥିତ ଥିଲେ।

୧୯୬୧ ମସିହାରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ୍ ଏସ୍. ମୁରଲୀଧର ପୂର୍ବରୁ ପଞ୍ଜାବ, ହରିୟାଣା ଓ ଦିଲ୍ଲୀ ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ୨୦୨୦ ମସିହା ଡିସେମ୍ବର ୧୪ ତାରିଖରେ ଜଷ୍ଟିସ୍ ଏସ୍. ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମକୋର୍ଟ କଲେଜିୟମ୍ ସୁପାରିସ୍ କରିଥିଲେ। ଏହାପରେ ରାଷ୍ଟ୍ରପତି ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିଥିଲେ। ଏନେଇ ଡିସେମ୍ବର ୩୧ ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

The post ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏସ୍. ମୁରଲୀଧର appeared first on OdishaLIVE.


Viewing all articles
Browse latest Browse all 11715

Trending Articles