Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପୁଣି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

$
0
0

ଓଡ଼ିଶାଲାଇଭ୍‌ ବ୍ୟୁରୋ

ଛାତିରେ ଯନ୍ତ୍ରଣା ଅନୁଭବ କରିବାକୁ ବିସିସିଆଇ ସଭାପତି ତଥା ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲି ପୁଣିଥରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କୋଲକାତାର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ପୂର୍ବରୁ ଜାନୁଆରି ୨ରେ ଛାତିରେ ଯନ୍ତ୍ରଣା ହେବା ଯୋଗୁଁ ଗାଙ୍ଗୁଲିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା। ସେ ସୁସ୍ଥ ହେବା ପରେ ଜାନୁଆରି ୭ରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଥିଲା। ପୁଣି ଥରେ ଗାଙ୍ଗୁଲି ଅସୁସ୍ଥ ହେବା ଖବର ଶୁଣି ତାଙ୍କ ଫ୍ୟାନ୍ସମାନେ ମର୍ମାହତ ହୋଇଛନ୍ତି। କ୍ରୀଡ଼ା ଜଗତର ବହୁ ତାରକା ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଭାରତର ଏହି ପୂର୍ବତନ କ୍ରିକେଟର ବର୍ତ୍ତମାନ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡର ସଭାପତି ଅଛନ୍ତି। ତା ସହିତ ସେ ରାଜନୀତିରେ ପ୍ରବେଶ କରିବେ ବୋଲି ମଧ୍ୟ ଚର୍ଚ୍ଚା ହେଉଛି।

The post ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପୁଣି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି appeared first on OdishaLIVE.


Viewing all articles
Browse latest Browse all 11715

Trending Articles