ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଆଜି ଓଡ଼ିଆ ତଥା ଓଡ଼ିଶାବାସୀଙ୍କ ଲାଗି ଏକ ଗର୍ବ କରିବାର ଦିନ। ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେପକାଉଛନ୍ତି।
ପୂର୍ବରୁ ଉତ୍କଳ ଖଣ୍ଡବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବା ବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଂଜାମ ମାଡ୍ରାସ୍ ପ୍ରେସିଡେନ୍ସି ଅଧୀନରେ ଥିଲା। ହେଲେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସ କବି ଫକୀର ମୋହନ ସେନାପତି, ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପରି କେତେକ ବୀରପୁତ୍ର ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବା ପାଇଁ ସଂଘର୍ଷ କରିଥିଲେ।
ଏହି ବୀରପୁତ୍ରଙ୍କ ସଂଘର୍ଷରେ ୧୯୦୩ରେ ପ୍ରଥମେ ଗଠନ ହେଲା ଉତ୍କଳ ସମ୍ମିଳନୀ। ଜୋରଦାର ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ରେ ଗଠନ ହେଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ।
The post ଆଜି ଉତ୍କଳ ଦିବସ appeared first on OdishaLIVE.