Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ପୂର୍ବ ନିର୍ଦ୍ଧାରିତ ସମୟରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା – ଗଣଶିକ୍ଷା ମନ୍ତ୍ରୀ

$
0
0

ଓଡ଼ିଶାଲାଇଭ୍ ବ୍ୟୁରୋ

ଘୁଞ୍ଚିବନି ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବୋର୍ଡ ପରୀକ୍ଷା। ପୂର୍ବନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହେବ ପରୀକ୍ଷା। କରୋନା କାଳରେ ପରୀକ୍ଷା ହେବାକୁଥିବାରୁ, ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନଦେଇ ଅଧିକ ସଂଖ୍ୟାରେ ପରୀକ୍ଷାକେନ୍ଦ୍ର ଖୋଲାଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଉଛି। ଏପ୍ରିଲ ୮ରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ ଅଫଲାଇନ ପାଠପଢ଼ା ବନ୍ଦ ନେଇ ସରକାର ନିର୍ଦ୍ଦେଶ ଦେଇଥିଲେ।

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୩ରୁ ୧୫ତାରିଖ ପର୍ଯ୍ୟନ୍ତ ହେବାକୁ ଥିବାବେଳେ, ମେ’ ୧୮ରୁ ଜୁନ୍ ୧୨ଯାଏଁ ଚାଲିବ ଦ୍ୱାଦଶ ପରୀକ୍ଷା। ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ଏହି ଦୁଇ ଶ୍ରେଣୀର ଅଫଲାଇନ ପାଠପଢ଼ା ଚାଲୁ ରହିବା ନେଇ ସ୍ପଷ୍ଟ କରିଛି ବିଭାଗ। ଏଥିସହ ହଷ୍ଟେଲରେ ରହୁଥିବା ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଫଲାଇନ୍ ପରିବର୍ତ୍ତେ ଅନଲାଇନ୍ ଜରିଆରେ ସେମାନଙ୍କର ପାଠ ପଢ଼ା ହେବ।

ରାଜ୍ୟରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢୁଥିବାରୁ ସ୍କୁଲ କଲେଜ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କିନ୍ତୁ ଏହି ଦୁଇ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ବୋର୍ଡ ପରୀକ୍ଷାକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ।

The post ପୂର୍ବ ନିର୍ଦ୍ଧାରିତ ସମୟରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା – ଗଣଶିକ୍ଷା ମନ୍ତ୍ରୀ appeared first on OdishaLIVE.


Viewing all articles
Browse latest Browse all 11715

Trending Articles