Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ରାଜ୍ୟବାସୀଙ୍କୁ ଡରାଉଛି କରୋନା – ଦୈନିକ ସଂକ୍ରମଣ ୬ହଜାର ଉପରେ, ୧୦ମୃତ

$
0
0

ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନାର ଦ୍ୱିତୀୟ ଲହର ରାଜ୍ୟବାସୀଙ୍କୁ ଡରାଇବାରେ ଲାଗିଛି। ରାଜ୍ୟରୁ ଏବେ ଲଗାତାର ୬ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୬୦୭୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୩୫୨୨ ଜଣ ହୋଇଥିବାବେଳେ, ୨୫୫୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜି ସର୍ବାଧିକ ୧୦୯୨ ପଜିଟିଭ୍ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ, ବଲାଙ୍ଗୀରରୁ ୪୫୭, ନୂଆପଡ଼ା ଜିଲ୍ଲାରୁ ୪୦୦, କଳାହାଣ୍ଡିରୁ ୨୭୭, କଟକରୁ ୧୯୮ ଓ ସୁନ୍ଦରଗଡ଼ରୁ ୩୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୪ଲକ୍ଷ ୨୦ହଜାର ୧୨୯ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୪୧୮୦ ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୬୭ହଜାର ୧୧୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୫୦ହଜାର ୯୫୮ଟି ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ୨ଜଣ, ରାୟଗଡ଼ାରୁ ୨ଜଣ, ସୁନ୍ଦରଗଡ଼ରୁ ୩, ବୌଦ୍ଧରୁ ଜଣେ ଓ ଖୋର୍ଦ୍ଧାରୁ ୨ଜଣ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୦୭ ରେ ପହଞ୍ଚିଛି।

The post ରାଜ୍ୟବାସୀଙ୍କୁ ଡରାଉଛି କରୋନା – ଦୈନିକ ସଂକ୍ରମଣ ୬ହଜାର ଉପରେ, ୧୦ମୃତ appeared first on OdishaLIVE.


Viewing all articles
Browse latest Browse all 11715

Latest Images

Trending Articles



Latest Images