Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

$
0
0

ଓଡ଼ିଶାଲାଇଭ୍ ବ୍ୟୁରୋ

ବାତ୍ୟା ୟାସ୍ ଦ୍ଵାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍‌ଣରେ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶ ମାର୍ଗରେ ଘଣ୍ଟାଏରୁ ଊର୍ଦ୍ଧ୍ଵ ସମୟ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।

ବାତ୍ୟାଞ୍ଚଳ ପରିଦର୍ଶନ ପରେ ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ” ବାତ୍ୟା ‘ୟାସ୍’ ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳ ଆକାଶ ମାର୍ଗରୁ ବୁଲି ଦେଖିଲି। ଯେଉଁଆଡ଼େ ଆଖି ଯାଉଛି କେବଳ ପାଣି ହିଁ ପାଣି। ଏପରି ସ୍ଥିତି ଯେ, କେଉଁପଟେ ସ୍ଥଳଭାଗ ଓ କେଉଁଠାରେ ସମୁଦ୍ର ତାହା ଜାଣିବା କଷ୍ଟକର।”

ଏଥିସହ ସେ ଆହୁରି କହିଛନ୍ତି ଯେ ସ୍ଥାନାନ୍ତରଣ କାର୍ଯ୍ୟ ସହ ଜନଜୀବନକୁ ସ୍ୱାଭାବିକ କରିବା ପାଇଁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ସ୍ୱାସ୍ଥ୍ୟକର୍ମୀ, ପୋଲିସ, ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ ଓ ସ୍ଵେଚ୍ଛାସେବୀ ସଂଗଠନଗୁଡ଼ିକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଲୋକଙ୍କ ମୂଲ୍ୟବାନ ଜୀବନ ବଞ୍ଚାଇବା ପାଇଁ ଆପ୍ରାଣ ଉଦ୍ୟମ କରିଥିବା ସମସ୍ତଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି।ବାତ୍ୟା ୟାସ୍‌ର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ବ୍ୟାପକ କ୍ଷତି ହୋଇଛି। ବିଶେଷ କରି ବାଲେଶ୍ୱର ଜିଲ୍ଲାର ୮୪ଟି ଓ ଭଦ୍ରକ ଜିଲ୍ଲାର ୪୮ଟି ଗାଁ ପାଣି ଘେରରେ ରହିଛି। ଏହି ୨୧୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ୍ ଦିଆଯିବ ବୋଲି ବୁଧବାର ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ବୋଲି ସେ କହିଥିଲେ।

The post ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ appeared first on OdishaLIVE.


Viewing all articles
Browse latest Browse all 11715

Latest Images

Trending Articles



Latest Images