Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

‘କେତେ ନୂଆ ବାଟ’ ସିଜିନ୍ ୨- ଆସନ୍ତା ରବିବାର ଶୁଣନ୍ତୁ ଅଡିଓ ସିରିଜର ପଞ୍ଚମ ଅଧ୍ୟାୟ

$
0
0

ଓଡ଼ିଶାଲାଇଭ୍‌ ବ୍ୟୁରୋ

  • ୟୁନିସେଫ୍‌ ସହଯୋଗିତାରେ ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟପ୍ଲସ୍‌ର ମିଳିତ ମିଡିଆ କ୍ୟାମ୍ପେନ ‘କେତେ ନୂଆ ବାଟ’
  • ନଲେଜ୍ ପାର୍ଟନର ମୋ କଲେଜ’ ଅଭିଯାନ
  • ଅଡିଓ ସିରିଜରେ ଏଥରର ପ୍ରସଙ୍ଗ ‘କୋଭିଡ୍‌ ସମୟରେ ପିଲାଙ୍କ ସୁରକ୍ଷା’
  • ସକାଳ ୧୦ଟାରେ ଶୁଣନ୍ତୁ ଆକାଶବାଣୀରେ
  • ଦିନ ୧୧ଟାରେ ରେଡିଓ ଚକଲେଟ୍‌ ୧୦୪ ଏଫ୍‌ଏମରେ

କରୋନା ମହାମାରୀ ଘରେ ଘରେ ସମସ୍ୟା ସୃଷ୍ଟି କରିଛି। ଅନେକ ନିଜର ରୋଜଗାର ହରାଇଛନ୍ତି। ଫଳରେ ଘରର ଆର୍ଥିକ ସ୍ଥିତି ବିଗିଡ଼ି ଯାଇଛି। ଏହାର ସିଧାସଳଖ ପ୍ରଭାବ ଘରର ସାନ ସାନ ପିଲାଙ୍କ ଉପରେ ପଡ଼ୁଛି। କେଉଁଠି ଘରୋଇ ହିଂସା ଦେଖିବାକୁ ମିଳୁଛି ତ ଅନ୍ୟ କେଉଁଠି ପିଲାମାନେ ମାନସିକ ଅବସାଦରେ ଅଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘କେତେ ନୂଆ ବାଟ’ ସିଜିନ୍‌ ୨ର ଅଡିଓ ସିରିଜ୍‌ର ପଞ୍ଚମ ଅଧ୍ୟାୟରେ ପ୍ରସଙ୍ଗ ରହିଛି ‘କୋଭିଡ୍‌ ସମୟରେ ପିଲାଙ୍କ ସୁରକ୍ଷା’।

କୋଭିଡ୍ ମହାମାରୀ ବେଳେ ସଚେତନତା ସୃଷ୍ଟି କରିବା ପାଇଁ ୟୁନିସେଫ୍‌ ସହାୟତାରେ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟପ୍ଲସ୍‌ର ମିଡିଆ କ୍ୟାମ୍ପେନ ‘କେତେ ନୂଆ ବାଟ’ ଆରମ୍ଭ ହୋଇଛି। ନଲେଜ୍‌ ପାର୍ଟନର ‘ମୋ କଲେଜ୍‌’ ଅଭିଯାନ।

ଏହି କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଅଡିଓ ସିରିଜର ପଞ୍ଚମ ଅଧ୍ୟାୟ ଜୁଲାଇ ୧୮, ରବିବାର ସକାଳ ୧୦ଟାରେ  ଓଡ଼ିଶାର ସମସ୍ତ ଆକାଶବାଣୀ କେନ୍ଦ୍ରରେ ଓ ଦିନ ୧୧ଟାରେ ରେଡିଓ ଚକଲେଟ୍ ୧୦୪ ଏଫ୍‌ଏମରେ ପ୍ରସାରଣ ହେବ। ଏହାଛଡ଼ା ସ୍ୱାସ୍ଥ୍ୟ ପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍ ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଚ୍ୟାନେଲଗୁଡ଼ିକରେ ମଧ୍ୟ ଏହାର ପ୍ରସାରଣ କରାଯିବ।

ଅଡିଓ ସିରିଜ୍‌ର ପଞ୍ଚମ ଅଧ୍ୟାୟରେ ଅଛନ୍ତି ରାଜ୍ୟ ଶିଶୁ ସୁରକ୍ଷା ସମିତିର ପ୍ରୋଗ୍ରାମ ମ୍ୟାନେଜର ପ୍ରୀତିକାନ୍ତ ପଣ୍ଡା, ୟୁନିସେଫ୍‌ ଓଡ଼ିଶାର ଚାଇଲ୍ଡ ପ୍ରୋଟେକ୍ସନ ସ୍ପେଶାଲିଷ୍ଟ ନେହା ନାଇଡୁ, ଆକ୍ସନଏଡ୍‌ ଅଧୀନରେ ଚାଲିଥିବା ବାଲ୍ୟ ବିବାହ ନିରୋଧୀ କାର୍ଯ୍ୟକ୍ରମର ନ୍ୟାସନାଲ ମ୍ୟାନେଜର ଘାସିରାମ ପଣ୍ଡା, ବିଶିଷ୍ଟ ମନସ୍ତତ୍ତ୍ୱବିତ୍‌ ସମ୍ବିତ ନନ୍ଦ, ପୁରୀ ଜିଲ୍ଲାରୁ ଜଣେ ଅଙ୍ଗନବାଡ଼ି କର୍ମୀ ସୁଜାତା ବେହେରା ଓ ଭୁବନେଶ୍ୱରର ଜଣେ ନର୍ସିଂ ଛାତ୍ରୀ ଶୁଭ୍ରାଜ୍ୟୋତି ବାରିକ୍‌।

କୋଭିଡ୍‌-୧୯ ଭଳି ଏକ ଜଟିଳ ସମୟରେ କିଛି ନୂଆ ସୂଚନା, କିଛି ସାହସ ଓ କିଛି ସକରାତ୍ମକ ବାର୍ତ୍ତା ନେଇ ପ୍ରସ୍ତୁତ ହୋଇଛି ‘କେତେ ନୂଆ ବାଟ’ ସିଜିନ ୨। ଏଥିରେ ରହିଛି କୋଭିଡ୍‌ ମୁକାବିଲା ସମ୍ପର୍କରେ ନୂଆ ଦିଗ ଓ ତଥ୍ୟ, ଏହି ଲଢ଼େଇରେ ଆଗଧାଡ଼ିରେ ଥିବା ପ୍ରମୁଖ ବ୍ୟକ୍ତିଙ୍କ ସହ ସାକ୍ଷାତକାର, କୋଭିଡ୍‌ ହିରୋଙ୍କ କାହାଣୀ, ସ୍ୱାସ୍ଥ୍ୟ ପରାମର୍ଶ ଓ ଆହୁରି ଅନେକ କିଛି।

ଓଡ଼ିଶାଲାଇଭ୍‌ର ମୁଖ୍ୟ ସମ୍ପାଦକ ନୀଳାମ୍ବର ରଥ ଏହି କାର୍ଯ୍ୟକ୍ରମର ପ୍ରଯୋଜକ ଓ ନିର୍ଦ୍ଦେଶନା ଦାୟିତ୍ୱ ନିର୍ବାହ କରିଛନ୍ତି। ସେହିପରି ନଳିନୀକାନ୍ତ ବିଶ୍ୱାଳ ରେଡିଓ ଧାରାବାହିକରେ ଏହାର ଉପସ୍ଥାପନା କରୁଥିବା ବେଳେ ସହ ଉପସ୍ଥାପିକା ଅଛନ୍ତି ପଦ୍ମାବତୀ ଦ୍ୱିବେଦୀ।

‘କେତେ ନୂଆ ବାଟ ସିଜିନ୍‌ ୨’ର ଅଡିଓ ସିରିଜ ୧୫ ଦିନରେ ଥରେ, ରବିବାର ସକାଳ ୧୦ଟାରେ ଓଡ଼ିଶାର ସମସ୍ତ ଆକାଶବାଣୀ କେନ୍ଦ୍ରରେ ଓ ୧୧ଟାରେ ରେଡିଓ ଚକଲେଟ ୧୦୪ ଏଫ୍‌ଏମରେ ପ୍ରସାରିତ ହେଉଛି। ଏହାଛଡ଼ା ସ୍ୱାସ୍ଥ୍ୟ ପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍, ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଚ୍ୟାନେଲଗୁଡ଼ିକରେ ଏହା ମଧ୍ୟ ପ୍ରସାରଣ କରାଯାଉଛି।

ଅଡିଓ ସିରିଜ ଛଡ଼ା ‘କେତେ ନୂଆ ବାଟ ସିଜିନ ୨’ ଅଭିଯାନ ଅଧୀନରେ ପ୍ରତି ସପ୍ତାହରେ ବିଭିନ୍ନ ବିଷୟରେ ‘ଓଡ଼ିଶାଲାଇଭ୍’ ଓ ‘ସ୍ୱାସ୍ଥ୍ୟପ୍ଲସ’ର ୟୁଟ୍ୟୁବ୍‌ ଫେସବୁକରେ ଭିଡିଓ ପୋଷ୍ଟ କରାଯାଉଛି। ଏହାସହ ଭିଡିଓ ମାଧ୍ୟମରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା, ବିଶିଷ୍ଟ ବ୍ୟକ୍ତିମାନଙ୍କର ସାକ୍ଷାତକାର ମଧ୍ୟ ପ୍ରକାଶ କରାଯାଉଛି।

The post ‘କେତେ ନୂଆ ବାଟ’ ସିଜିନ୍ ୨- ଆସନ୍ତା ରବିବାର ଶୁଣନ୍ତୁ ଅଡିଓ ସିରିଜର ପଞ୍ଚମ ଅଧ୍ୟାୟ appeared first on OdishaLIVE.


Viewing all articles
Browse latest Browse all 11715